Odisha : Six labourers crushed to death by goods train in Jajpur, 2 injured | Sanket Tv

Поделиться
HTML-код
  • Опубликовано: 6 июн 2023
  • ଯାଜପୁରରୋଡରେ ମାଲବାହୀ ଟ୍ରେନ୍‌ ମାଡ଼ିଯିବାରୁ ୬ ଶ୍ରମିକ ମୃତ, ଅନ୍ୟ ୨ ଜଣ ଗୁରୁତର । ଆଜି ଅପରାହ୍‌ଣ ୫ଟା ୧୫ ସମୟରେ ଯାଜପୁରରୋଡ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହୋଇଥିଲା। ଏହି ସମୟରେ ବର୍ଷାରୁ ବର୍ତ୍ତିବା ପାଇଁ ଶ୍ରମିକମାନେ ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେସନର ସାଈମନ୍ଦିର ରେଳଫାଟକ ନିକଟରେ ଅଟକିଥିବା ଏକ ମାଲଗାଡ଼ି ତଳେ ଆଶ୍ରୟ ନେଇଥିଲେ। ଷ୍ଟେସନ୍‌ରେ ଠିଆ ହୋଇଥିବା ଟ୍ରେନ୍‌ଟି ଅଳ୍ପ ସମୟ ପରେ ଆଗକୁ ବଢ଼ିଥିଲା। ଫଳରେ ଟ୍ରେନ୍‌ର ଚକା ତଳେ ରହି ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ୫ ଜଣ ଆହତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଯାଜପୁରରୋଡ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ୩ଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ୨ ଗୁରୁତରଙ୍କୁ କଟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।
  • РазвлеченияРазвлечения

Комментарии •